Ephesians 3
ସୁସମାଚାର ନିଗୂଢତତ୍ତ୍ୱର ପ୍ରକାଶ
1ଏଥି ନିମନ୍ତେ ମୁଁ ପାଉଲ, ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ 2ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ୱରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ, 3ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସକ୍ଷିପ୍ତ ଭାବରେ ଲେଖିଅଛି । 4ତାହା ପଢି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋର ଜ୍ଞାନର ପରିଚୟ ପାଇ ପାର; 5ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା, 6ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୂଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି; 7ଈଶ୍ୱରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି। 8ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ, 9ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ୱରଙ୍କଠାରେ ପ୍ରାଚୀନ କାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କ’ଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି, 10ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ, 11ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ; 12ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ୱରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ । 13ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ ।ଆତ୍ମିକ ଶକ୍ତି ନିମନ୍ତେ ପ୍ରାର୍ଥନା
14ଏଥି ନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ, 15ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି, 16ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି, 17ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି, 18ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈୖର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ, 19ଆଉ ସେହି ପ୍ରକାରେ ଈଶ୍ୱରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ । 20ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି, ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ । ଆମେନ୍। 21
Copyright information for
OriULB