Isaiah 12
ଧନ୍ୟବାଦର ଗୀତ
1ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ। 2ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।” 3ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ। 4ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର। 5ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ। ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।” 6
Copyright information for
OriULB