Psalms 102
ଜଣେ ଦୁଃଖରେ ବ୍ୟଥିତ ବ୍ୟକ୍ତିର ପ୍ରାର୍ଥନା
ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା।
1ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓମୋ’ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।
2ମୋ’ ସଙ୍କଟ ଦିନରେ ମୋ’ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ;
ମୋ’ ପ୍ରତି ଆପଣା କର୍ଣ୍ଣ ଡେର;
ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।
3କାରଣ ମୋ’ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।
4ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି,
ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ।
5ମୋହର ହାହାକାର ଶବ୍ଦ ସକାଶୁ ମୋ’ ଅସ୍ଥିସବୁ ମୋ’ ମାଂସରେ ଲାଗି ରହେ।
6ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ▼
▼102:6 ପାଣିଭେଳା ପକ୍ଷୀର ଶାଗୁଣା କିଅବା ପେଚା
ତୁଲ୍ୟ;ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି।
7ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି;
8ମୋ’ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି;
ମୋ’ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋ’ ନାମ ନେଇ ଅଭିଶାପ ଦିଅନ୍ତି।
9କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।
10ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି;
ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ।
11ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି।
12ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଓ
ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।
13ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ,
ନିରୂପିତ ସମୟ ଉପସ୍ଥିତ।
14ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା
ଓ ତହିଁର ଧୂଳିରେ ଦୟାଭାବ ବହନ୍ତି।
15ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ
ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ।
16କାରଣ ସଦାପ୍ରଭୁ ସିୟୋନକୁ ପୁନଃର୍ନିର୍ମାଣ କରିଅଛନ୍ତି
ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;
17ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।
18ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ;
ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ।
19କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ;
20ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି;
ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;
21ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,
22ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ
ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;
23ସଦାପ୍ରଭୁ ଜୀବନର ପଥ ▼
▼102:23 ପଥ ଅର୍ଥାତ୍ ଯୁବକ ଥିବା ସମୟରେ
ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।24ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ;
ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।
25ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।
26ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ;
ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ;
ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।
27ମାତ୍ର ତୁମ୍ଭେ ସେହି ଅଟ ଓ
ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ।
ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।
28
Copyright information for
OriULB