Psalms 12
ସହାୟତା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍ ସ୍ୱରରେ ଦାଉଦଙ୍କର ଗୀତ।
1ସଦାପ୍ରଭୁ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି;ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି।
2ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।
3ସଦାପ୍ରଭୁ ଚାଟୁବାଦୀ
ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ;
4ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା;
ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ?
5ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା;
ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।
6ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ।
7ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ,
ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ।
ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ
ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି।
8
Copyright information for
OriULB