Psalms 132
ମନ୍ଦିରର ପ୍ରଶଂସା
ଆରୋହଣ-ଗୀତ।
1ହେ ସଦାପ୍ରଭୁ, ଦାଉଦ ପକ୍ଷରେତାହାର ସକଳ କ୍ଳେଶ ସ୍ମରଣ କର;
2ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା,
ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
3“ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,
4ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ,
କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।
5ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ,
ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”
6ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।
7ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା;
ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
8ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
9ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।
10ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ
ମୁଖ ଫେରାଇ ଦିଅ ନାହିଁ।
11ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ।
“ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ▼
▼132:11 ଫଳକୁ ଅର୍ଥାତ୍ ପୁତ୍ରକୁ
ତୁମ୍ଭ ସିଂହାସନରେ ବସାଇବା।12ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ
ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ,
ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”
13କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
14ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ;
ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।
15ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।
16ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା
ଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।
17ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।
ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା;
ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ। ▼
▼132:18 ତାହାଙ୍କ ରାଜ୍ୟ ଉନ୍ନତି ହେବ। ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ
18
Copyright information for
OriULB