Psalms 148
ସଦାପ୍ରଭୁଙ୍କ ସ୍ତୁତି ପାଇଁ ବିଶ୍ୱକୁ ଆହ୍ୱାନ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର;
ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର।
2ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର;
ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
3ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
4ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ,
ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
5ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।
6ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି;
ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।
7ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
8ଅଗ୍ନି ▼
▼148:8 ଅଗ୍ନି ବିଜୁଳି
ଓ ଶିଳା, ହିମ ଓ ବାଷ୍ପ;ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;
9ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;
10ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ;
ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;
11ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।
12ଯୁବକ ଓ ଯୁବତୀମାନେ;
ବୃଦ୍ଧ ଓ ବାଳକମାନେ;
13ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ;
ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।
ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି,
ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ
ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ ସନ୍ତାନଗଣର ପ୍ରଶଂସାର ବିଷୟ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
14
Copyright information for
OriULB