Psalms 149
ସ୍ତୁତି ଭଜନ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ
ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।
2ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।
3ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ;
ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।
4କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।
5ଭକ୍ତଗଣ ବିଜୟରେ ▼
▼149:5 ବିଜୟରେ ଗୌରବରେ
ଉଲ୍ଲସିତ ହେଉନ୍ତୁ;ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ।
ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;
6ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ। 7ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ,
ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,
8ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,
ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ,
ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
9
Copyright information for
OriULB