Psalms 150
ପରମେଶ୍ୱରଙ୍କ ସ୍ତୁତିଗାନ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର;
ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର;
2ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର।
ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।
3ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।
4ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର।
ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।
5ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର;
ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;
6ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Copyright information for
OriULB