Psalms 18
ଦାଉଦଙ୍କ ବିଜୟ ସଂଗୀତ
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ,
1ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।2ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
3ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି।
4ମୃତ୍ୟୁୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଳାବନ ମୋତେ ଭୟଗ୍ରସ୍ତ କଲା। 5ପାତାଳର ରଜ୍ଜୁସବୁ ମୋ’ ଚାରିଆଡ଼େ ଥିଲା; ମୃତ୍ୟୁୁର ଫାନ୍ଦ ମୋ’ ଉପରେ ପଡ଼ିଲା।
6ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋ’ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।
7ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ
ତାହାଙ୍କ କୋପ ସକାଶୁ ଟଳଟଳ ହେଲା।
8ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
9ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା। 10ପୁଣି, ସେ କିରୂବ ▼
▼18:10 କିରୂବ ଏଗୁଡିକ ପକ୍ଷଥିବା ପ୍ରାଣୀ ଯେଉଁମାନେ ସ୍ବର୍ଗରେ ସଦାପ୍ରଭୁଙ୍କ ସିଂହାସନକୁ ପ୍ରହରୀ କରନ୍ତି।
ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।11ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ। 12ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା।
13ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ। ▼
▼18:13 ଏବ୍ରୀ ଭାଷାରେ ତାହା ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ଅଛି କିନ୍ତୁ ଗ୍ରୀକ ଅନୁବାଦରେ ନାହିଁ।
14ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।15ସେତେବେଳେ, ହେ ସଦାପ୍ରଭୁ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।
16ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ, 17ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋ’ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ।
18ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ। 19ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋ’ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।
20ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋ’ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ। 21କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।
22ଆଉ, ତାହାଙ୍କ ଶାସନସବୁ ମୋ’ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ। 23ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।
24ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋ’ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି।
25ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;
26ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;
27କାରଣ ତୁମ୍ଭେ ଦୁଃଖୀଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ। 28ଯେଣୁ ତୁମ୍ଭେ ମୋ’ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋ’ ପରମେଶ୍ୱର ମୋ’ ଅନ୍ଧକାରକୁ ଆଲୁଅମୟ କରିବେ।
29କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋ’ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ।
30ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ।
31କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ ?
32ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି।
33ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋ’ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି। 34ସେ ମୋ’ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋ’ ବାହୁ ପିତ୍ତଳ ଧନୁ ନୁଆଁଏ।
35ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି। 36ତୁମ୍ଭେ ମୋ’ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋ’ ପାଦ ଖସି ଯାଇ ନାହିଁ।
37ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବା ଯାଏ ମୁଁ ଫେରି ଆସିବି ନାହିଁ। 38ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋ’ ପଦ ତଳେ ପତିତ ହେବେ।
39କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋ’ କଟି ବାନ୍ଧିଅଛ; ମୋ’ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ।
40ମଧ୍ୟ ତୁମ୍ଭେ ମୋ’ ଶତ୍ରୁମାନଙ୍କୁ ମୋ’ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି। 41ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା,
ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
42ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି।
43ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ। 44ସେମାନେ ମୋର ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ।
45ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତସ୍ଥାନରୁ ଥରହର ହୋଇ ବାହାରି ଆସିବେ।
46ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ। 47ସେହି ପରମେଶ୍ୱର ମୋ’ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।
48ସେ ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ। 49ଏହେତୁ, ହେ ସଦାପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।
ସେ ଆପଣା ରାଜାକୁ ମହାପରିତ୍ରାଣ ▼
▼18:50 ମହାପରିତ୍ରାଣ ଅର୍ଥାତ୍ ମହାବିଜୟ
ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି। 50
Copyright information for
OriULB