Psalms 20
ବିଜୟ ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ;ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;
2ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ,
ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;
3ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ;
[ସେଲା]
4ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ
ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।
5ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ;
ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।
6ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି,
ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ
ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।
7କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।
8ସେମାନେ ନତ ହୋଇ ପତିତ ହୋଇଅଛନ୍ତି;
ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।
ହେ ସଦାପ୍ରଭୁ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।
9
Copyright information for
OriULB