Psalms 21
ଜୟ ଗାନ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ହେ ସଦାପ୍ରଭୁ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓତୁମ୍ଭ ପରିତ୍ରାଣରେ ▼
▼21:1 ପରିତ୍ରାଣରେ ଅର୍ଥାତ୍ ଜୟରେ
ସେ କେଡ଼େ ମହାନନ୍ଦ କରିବେ !2ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ,
ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ।
[ସେଲା]
3କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ।
4ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ,
ତୁମ୍ଭେ ତାହା ତାଙ୍କୁ ଦେଲ;
ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।
5ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;
6କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ;
ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।
7କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି, ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ।
8ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ;
ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ।
9ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟୀ ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ,
ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।
10ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ
ଲୋକମାନଙ୍କ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।
11କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ।
12ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ,
ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ।
ହେ ସଦାପ୍ରଭୁ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।
13
Copyright information for
OriULB