Psalms 72
ରାଜାଙ୍କ ପାଇଁ ପ୍ରାର୍ଥନା
ଶଲୋମନଙ୍କର ଗୀତ।
1ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।
2ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ
ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।
3ଧର୍ମ ଦ୍ୱାରା ପର୍ବତଗଣ ଓ
ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ।
4ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ
ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।
5ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ
ଲୋକମାନେ ତୁମ୍ଭଙ୍କୁ ଭୟ କରିବେ।
6କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।
7ତାହାଙ୍କ ସମୟରେ ଧାର୍ମିକମାନେ ▼
▼72:7 ଧାର୍ମିକମାନେ କିମ୍ବା ଧାର୍ମିକତା
ବର୍ଦ୍ଧିଷ୍ଣୁ ହେବେ;ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।
8ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
9ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ
ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
10ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ;
ଶିବାର ଓ ସବାର ରାଜାଗଣ ଭେଟୀ ଦାନ କରିବେ।
11ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
12କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ
ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
13ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।
14ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ;
ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ▼
▼72:14 ଜୀବନ ରକ୍ତ
ବହୁମୂଲ୍ୟ ହେବ।15ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ।
ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।
16ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ;
ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ;
ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।
17ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ;
ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ;
ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
18ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟ କର୍ମ କରନ୍ତି;
19ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ
ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ।
ଆମେନ୍, ଆମେନ୍।
ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ।
20
Copyright information for
OriULB