‏ Psalms 95

ସ୍ତୁତି ଗାନ

1ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ;
ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
2ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ,
ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରୁ।
3କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ
ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।

4ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ;

ପର୍ବତଗଣର ଶିଖ ମଧ୍ୟ ତାହାଙ୍କର।
5ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ;
ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ।

6ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ;

ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;
7କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର,
ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ।
ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।

8ଯେପରି ମିରୀବାଃ
95:8 ମିରୀବାଃ ଯାହାର ଅର୍ଥ କଳହ
ନିକଟରେ ଉତ୍ତେଜିତ ହେବା ସମୟରେ,

ଯେପରି ପ୍ରାନ୍ତର ମଧ୍ୟରେ ମଃସା
95:8 ମଃସା ଯାହାର ଅର୍ଥ ପରୀକ୍ଷା
ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
9ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ,
ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।

10ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ,

ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ
ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;
ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ
କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।
11

Copyright information for OriULB